Latest Odisha News

BREAKING NEWS

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା ଜିତୁଛି ଓଡ଼ିଶା । ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦୈନିକ ସଂକ୍ରମଣ ସଂଖ୍ୟା ୬୦ ତଳକୁ ଖସିଛି । ଗତ ୨୪ ଘଂଟାରେ ଭୁବନେଶ୍ୱରରେ ୫୯ଟି ନୂଆ ମାମଲା ସାମ୍ନାକୁ ଆସିଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଂଟାଇନ୍ର ୫ ଜଣ ରହିଥିବା ବେଳେ ୫୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏଥିସହ ୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରରେ ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୮୯୬ରେ ପହଂଚିଛି । ଏଥିରୁ ୨୮,୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୬୨ଟି ଆକ୍ଟିଭ କେସ୍ ରହିଛି । ସେହିପରି ୧୮୫ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.