Latest Odisha News

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ବଢ଼ିଲାଣି ଚିନ୍ତା । ସଂକ୍ରମଣ ବଢୁଥିବାରୁ ପଦକ୍ଷେପ ନେବାକୁ ଅଣ୍ଟା ଭିଡିଲେଣି ସରକାର । କିନ୍ତୁ ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୦ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ଝାରସୁଗୁଡ଼ାରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୮ ଜଣ, ଯାଜପୁରରୁ ୬ ଜଣ, ବାଲେଶ୍ବର, ଖୋର୍ଦ୍ଧା ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଗଞ୍ଜାମରୁ ୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେବଗଡ଼ ଓ ପୁରୀରୁ ୨ ଜଣ ଲେଖାଏଁ, କଟକ, ଜଗତସିଂହପୁର, କନ୍ଧମାଳ, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଓ ଷ୍ଟେଯ୍ ପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୩ ଲକ୍ଷ ୩୬ ହଜାର ୨୬୬ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.