Latest Odisha News

BREAKING NEWS

ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ଆଉ ୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଆସିଲା ଭଲ ଖବର । ସୁସ୍ଥ ହେଲେ ଆଉ ୬୨ କରୋନା ସଂକ୍ରମିତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର ୪୧ ଜଣ ଥିବା ବେଳେ ବାଲେଶ୍ୱରର ୧୫, ରାଉରକେଲାର ୨ ଓ ଭଦ୍ରକ, ଯାଜପୁର, ମୟୂରଭଞ୍ଜର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ମହାରାଷ୍ଟ୍ରର ଜଣେ ଆକ୍ରାନ୍ତ ମଧ୍ୟ ସୁସ୍ଥ ହୋଇଛନ୍ତି ।

ଫଳରେ ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ମୋଟ୍ ୪୯୭ ଜଣ ଚିକିତ୍ସା ପରେ କରୋନାରୁ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ ଶନିବାର ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଛି।

Leave A Reply

Your email address will not be published.