Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୬ ଆକ୍ରାନ୍ତ । ସମସ୍ତେ ଆରୋଗ୍ୟ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେହିପରି ବାଲେଶ୍ବରରୁ ୬ ଜଣ, ଯାଜପୁରରୁ ୫, ଜଗତସିଂହପୁର ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ, କଟକ, ଦେବଗଡ଼ ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହାସହ ବଲାଙ୍ଗିରରୁ ୨ ଜଣ, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ପୁରୀ, ରାୟଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ବେଳେ, ଷ୍ଟେଟ୍ ପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହୋଇ ଫେରିଲେଣି ୩ ଲକ୍ଷ ୩୫ ହଜାର ୭୯୬ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.