Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୭୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୨୩୫୪ ପହଂଚିଛି ।

ଗୁରୁବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମର ୧୭ ଜଣ ଥିବା ବେଳେ ସୋନପୁରରୁ ୯, ବଲାଙ୍ଗୀରରୁ ୭, ଜଗତସିଂହପୁରରୁ ୬, କଟକ, କଳାହାଣ୍ଡି ଓ ସୁନ୍ଦରଗଡରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ବାଲେଶ୍ୱାର ଓ ମୟୂରଭଞ୍ଜରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା, କନ୍ଧମାଳ ଓ ସମ୍ବଲପୁରରୁ ୩ଜଣ ଲେଖାଏଁ ଓ ଝାରସୁଗୁଡାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ସକାଳେ ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି ।

Leave A Reply

Your email address will not be published.