Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀରୁ ରାଜ୍ୟ ମୁକୁଳୁଥିବା ବେଳେ, ଏବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୭୩ ଆକ୍ରାନ୍ତ । ସୁନ୍ଦରଗଡ଼ରୁ ସର୍ବାଧିକ ୨୦ ଜଣ ସୁସ୍ଥ ହୋଇଥିବା ବେଳେ, କଟକରୁ ୧୧ ଜଣ, ସମ୍ବଲପୁର ଓ ଅନୁଗୁଳରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ସେହିପରି ବରଗଡ଼ରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ବାଲେଶ୍ବର, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ାରୁ ୨ ଜଣ ଲେଖାଏଁ, ଦେବଗଡ଼, ଗଞ୍ଜାମ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହୋଇ ଫେରିଲେଣି ୩ ଲକ୍ଷ ୩୪ ହଜାର ୫୩ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.