Latest Odisha News

BREAKING NEWS

କରୋନାରୁ ସୁସ୍ଥ ହେଲେ ଆଉ ୭୬୬୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୬୬୪ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୬୧ ଜଣ ଥିବା ବେଳେ, ପୁରୀରୁ ୫୧୨, କଟକରୁ ୫୦୯, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୪୬୪, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦, ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ବରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ଷ୍ଟେଟ୍ ପୁଲରୁ ୧୯୨ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୪ ଲକ୍ଷ ୩୯ ହଜାର ୩୨୨ ଜଣ ।

Leave A Reply

Your email address will not be published.