Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୧ ଜଣ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ଖୋର୍ଦ୍ଧାରୁ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦ ଜଣ, ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, ନୂଆପଡ଼ାରୁ ୫ ଜଣ, ସମ୍ବଲପୁରରୁ ୫ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ୪ ଜଣ ଲେଖାଏଁ, ରାୟଗଡ଼ାରୁ ୩ ଜଣ, ଗଞ୍ଜାମ, ଯାଜପୁର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗୀର, ଦେବଗଡ଼, ଜଗତସିଂହପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.