Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ବରଗଡ଼ରୁ ୧୦ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ପୁରୀରୁ ୯ ଜଣ, ଅନୁଗୁଳରୁ ୮ ଜଣ, କେନ୍ଦୁଝରରୁ ୭, ରାୟଗଡ଼ାରୁ ୫, ବଲାଙ୍ଗିର ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧା, ମୟୂରଭଞ୍ଜ, ନୂଆପଡ଼ାରୁ ୨ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୩ ଲକ୍ଷ ୩୪ ହଜାର ୩୩୩ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.