Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ୯୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ଭୟଭୀତ ହେଲେଣି ଲୋକେ । ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ଆଉ ୯୩୨୯ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅଧିକାଂଶ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ଥିବା ବେଳେ, ସୁନ୍ଦରଗଡ଼ରୁ ୧୧୩୬, କଟକରୁ ୭୮୦, ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳରୁ ୩୮୪, ଝାରସୁଗୁଡ଼ାରୁ ୩୮୪, ପୁରୀରୁ ୩୧୯, ବଲାଙ୍ଗିରରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ନୟାଗଡ଼ରୁ ୨୦୬ ଜଣ ଥିବା ବେଳେ, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ବରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଜଣ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଓ ଷ୍ଟେଟ୍ ପୁଲରୁ ୨୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୪ ଲକ୍ଷ ୯୧ ହଜାର ୬୭୪ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.