Latest Odisha News

BREAKING NEWS

ରେକର୍ଡ, ଦିନକରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି । ଓଡ଼ିଶାରେ ଦିନକରେ ରେକର୍ଡ ସଂଖ୍ୟାକ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ସାରା ରାଜ୍ୟରୁ ୧୨୫୫ ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାରୁ ଆରୋଗ୍ୟ ସଂଖ୍ୟା ୨୫୭୩୭ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଂଜାମରୁ ସର୍ବାଧିକ ୪୮୫ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୂରଭଂଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮, ବାଲେଶ୍ୱରରୁ ୨୭, ବଲାଙ୍ଗିରରୁ ୨୪, କୋରାପୁଟରୁ ୨୨, ଅନୁଗୁଳରୁ ୨୦ ସୁସ୍ଥ ହୋଇଛନ୍ତି ।

ସେହିପରି ନବରଙ୍ଗପୁରରୁ ୧୮, ଗଜପତିରୁ ୧୬, ନୟାଗଡରୁ ୧୪, କେନ୍ଦ୍ରାପଡାରୁ ୧୨, ମାଲକାନଗିରିରୁ ୧୧, ଭଦ୍ରକରୁ ୧୦, କଳାହାଣ୍ଡିରୁ୮, ନୂଆପଡାରୁ ୬, ଯାଜପୁରରୁ ୫, ଢ଼େଙ୍କାନାଳରୁ ୪, ଝାରସୁଗୁଡାରୁ ୩ ଓ କେନ୍ଦୁଝରରୁ ଜଣେ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

Leave A Reply

Your email address will not be published.