Latest Odisha News

BREAKING NEWS

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର : ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ । ଏହା ଏବେ ଆଣ୍ଡାମାନ ସାଗର ଏବଂ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୁତ ହୋଇ ଅବପାତରେ ପରିଣତ ହେବ । ପରେ ଏହା ପଶ୍ଚିମ –ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ । ୧୮ ତାରିଖ ବେଳକୁ ଅଧିକ ଘନୀଭୁତ ହୋଇ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ ଆନ୍ଧ୍ର ସମେତ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଣ୍ଡାମାନ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୪, ୧୫ ଏବଂ ୧୬ ତାରିଖରେ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ବିଶେଷ ପରି ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଏହାସହ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ନୂଆପଡ଼ା, ଢେଙ୍କାନାଳ, ମାଲକାନଗିରି ଏବଂ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.