Latest Odisha News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନରେ ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ତେବେ ବର୍ତ୍ତମାନ ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛିପାଣିପାଗ ବିଭାଗ  ।

Comments are closed.