Latest Odisha News

BREAKING NEWS

ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି; ଆଗାମୀ ୨୪ ଘଣ୍ଟା ପାଇଁ ୪ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର: ପୁଣି ସୃଷ୍ଟି ହେଲା ଏକ ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ, ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। । ଆସନ୍ତା ୨-୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି ବୋଲି IMD କହିଛି। ତେବେ ଆଗାମୀ ୨୪ ଘଣ୍ଟରେ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ହେଲା ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ।

ଫଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ହୋଇପାରେ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ହୋଇପାରେ।

କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ସହିତ ବିଜୁଳି ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

 

Comments are closed.