ଭୁବନେଶ୍ୱର: ବାତ୍ୟା ଅସାନି ଯାଇଛି । ଓଡ଼ିଶାରେ ବେଶୀ କିଛି ପ୍ରଭାବ ପକାଇନି । ଏବେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ସୃଷ୍ଟି ହୋଇପାରେ ଲଘୁଚାପ । ମାର୍ଚ୍ଚ ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ଦିନେ ଦୁଇ ଦିନ ଭିତରେ ଏକ ସିଷ୍ଟମ ପ୍ରବେଶ କରିପାରେ । ଏହା ଘନଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ତାପରେ ତାର ରୂପରେଖ ଓ ପ୍ରଭାବ ନେଇ ଆକଳନ କରାଯାଇପାରିବ ।
ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୪ ଗଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ । ଆଗକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବା ଆଶା କରାଯାଉଛି ।
Comments are closed.