Latest Odisha News

BREAKING NEWS

ଦୁର୍ବଳ ହେଉଛି ଲଘୁଚାପ: ଆଜିଠୁ ବର୍ଷା କମିବ, ରାଜ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ପ୍ରକୋପ କିଛି ମାତ୍ରାରେ କମିଛି । ସମ୍ଭବତଃ ଶନିବାର ଆହୁରି କମିବ। ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତ ଦୁର୍ବଳ ହୋଇଛି। ଏହା ଏବେ ଛତିଶଗଡ଼ ମୁହାଁ ହୋଇଛି, କିନ୍ତୁ ଏବେ ବି ଟଳିନି ବନ୍ୟା ଆଶଙ୍କା। ଅବପାତ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହା ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ୧୫ ତାରିଖ ଅପରାହ୍ଣଠାରୁ ସାରା ଓଡ଼ିଶାର ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଅର୍ଥାତ୍ ବର୍ଷା କମିପାରେ।

ତେବେ ୧୫ରୁ ୧୭ ତାରିଖ ପର୍ୟ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ତ୍ତମାନର ଆକଳନ ହେଲା, ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି। ଶନିବାର ସକାଳ ଭିତରେ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ଶନିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ୧୬ରୁ ବର୍ଷା କାଁ ଭାଁ ହୋଇପାରେ। ବର୍ଷା କମିଥିବାରୁ ଶୁକ୍ରବାର ବନ୍ୟା ସ୍ଥିତିରେ ସୁଧାର ଆସିଛି।

Leave A Reply

Your email address will not be published.