Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ : ଆଜି ଓ କାଲି ରାଜ୍ୟରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି  । ତେବେ ଏସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, କୋରାପୁଟ , ରାୟଗଡ଼ା ଓ ଗଜପତି ଜିଲ୍ଲା । ଅଧିକାଂଶ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

BjdElectrycity

କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ କମ୍ ରହିବ   । ୩୧ତାରିଖରୁ ପୁଣି ବଢିପାରେ ବୃଷ୍ଟିପାତ। ସେପଟେ  ଆସୁଛି ଆଉ ଏକ ଲଘୁଚାପ  । ଉତ୍ତର ବଙ୍ଗୋପସଗାରରେ ଆସନ୍ତା ୨  ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି  । ଏହାର ପ୍ରଭାବରେ ଉପକୂଳ ଓଡିଶା ଓ ପଶ୍ଚିମ ଓଡିଶାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ  ।

Leave A Reply

Your email address will not be published.