Latest Odisha News

BREAKING NEWS

ଓଡିଶା ଉପକୂଳରେ ପୁଣି ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ବର୍ଷା ହେବାର ଆଶଙ୍କା ରହିଥିବାବେଳେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ରୁ ୪ଦିନ ଧରି ଉତ୍ତର ଭାରତରେ ବର୍ଷା ଲାଗି ରହିବ ।

ଏପଟେ ଆସନ୍ତା ୨୬ ତାରିଖ ବେଳକୁ ରାଜ୍ୟରେ ପୁଣି ଥରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ପୁରୀ, ବାଲେଶ୍ୱର, ଜଗତସିଂପୁର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ମଧ୍ୟ କରାଯାଉଛି ।

Leave A Reply

Your email address will not be published.