ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧିପାରେ ଲଘୁଚାପ। ୧୪ କିମ୍ବା ୧୫ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ୧୭ ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ। ରଥଯାତ୍ରା ବେଳକୁ ରାଜ୍ୟରେ ଛେଚିପାରେ ବର୍ଷା। ରଥଯାତ୍ରା ସମୟରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏଭଳି ପୂର୍ବାନୁମାନ କରାଯାଇଛି ।
୯ରୁ ୧୫ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ହୋଇପାରେ । ତେବେ ଜୁଲାଇ ମାସରେ ଦେଶରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇପାରେ । କିନ୍ତୁ କେରଳ ଓ ପୂର୍ବ କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ୧୦, ୧୧ ଓ ୧୨ ତାରିଖରେ ଉତ୍ତର ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧରେ ବର୍ଷା ସମ୍ଭାବନା ଅଛି । ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ବାରିପଦା, ପାରାଦୀପ ଓ କେନ୍ଦ୍ରାପଡ଼ାରେ ସାମାନ୍ୟ ବର୍ଷା ହୋଇଛି ।