Latest Odisha News

BREAKING NEWS

ଆସନ୍ତାକାଲି ଆଉ ଏକ ଲଘୁଚାପ: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତାକାଲି ଅର୍ଥାତ ମେ ୮ ତାରିଖ ଦିନ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହାସହ ମେ ୧୦ରୁ ୧୨ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଫଳରେ ଆସନ୍ତା ୨ ଦିନ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ଓଡ଼ିଶାକୁ ମୌସୁମୀର ଆଗମନ ନେଇ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.