ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତାକାଲି ଅର୍ଥାତ ମେ ୮ ତାରିଖ ଦିନ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହାସହ ମେ ୧୦ରୁ ୧୨ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଫଳରେ ଆସନ୍ତା ୨ ଦିନ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ଓଡ଼ିଶାକୁ ମୌସୁମୀର ଆଗମନ ନେଇ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ସୂଚନା ମିଳିଛି।
BREAKING NEWS
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ

Comments are closed.