Latest Odisha News

BREAKING NEWS

ଭୁବନେଶ୍ୱରର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି।

ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି।

ଏହା ପୂର୍ବରୁ ଭୁବନେଶ୍ୱରର ପୂର୍ବତନ ମେୟର ତଥା (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ଚେୟାରମ୍ୟାନ୍ ତଥା ବିଜେଡି ସାଧାରଣ ସମ୍ପାଦକ ଶ୍ରୀମୟୀ ମିଶ୍ର, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଖଣ୍ଡପଡା ବିଧାୟକ ତଥା ‘ସମ୍ୱାଦ’ ସମ୍ପାଦକ ସୌମ୍ୟ ରଂଜନ ପଟ୍ଟନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ପ୍ରମୁଖ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ।

Leave A Reply

Your email address will not be published.