Latest Odisha News

ଆଉ ଜଣେ ବିଜେଡି ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଉ ଜଣେ ବିଜେଡି ବିଧାୟକ ଶୁକ୍ରବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭଦ୍ରକ ବିଧାୟକ ସଞ୍ଜିବ ମଲ୍ଲିକ ଟ୍ୱିଟ୍ କରି କହିଛନ୍ତି ଯେ ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ କରୋନା ଟେଷ୍ଟ କରାନ୍ତୁ ଏବଂ ସରକାରଙ୍କ ପକ୍ଷରୁ ଜାରି ସମସ୍ତ ଗାଇଡଲାଇନକୁ ମାନନ୍ତୁ ।

ଏହା ପୂର୍ବରୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ରହିଛନ୍ତି- ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ଚେୟାରମ୍ୟାନ୍ ତଥା ବିଜେଡି ସାଧାରଣ ସମ୍ପାଦକ ଶ୍ରୀମୟୀ ମିଶ୍ର, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଖଣ୍ଡପଡା ବିଧାୟକ ତଥା ‘ସମ୍ୱାଦ’ ସମ୍ପାଦକ ସୌମ୍ୟ ରଂଜନ ପଟ୍ଟନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ପ୍ରମୁଖ।

 

Comments are closed.