Latest Odisha News

BREAKING NEWS

କୋରାପୁଟରେ ହେବ ପ୍ଲାଜମା ବ୍ୟାଙ୍କ, ସ୍ୱତନ୍ତ୍ର ରଣନୀତି ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା । ପ୍ରତିଦିନ ଏକ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାରେ ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲାରେ ସ୍ୱତନ୍ତ୍ର ରଣନୀତି ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ପରେନ୍ସିଂ ଜରିଆରେ କହିଛନ୍ତି, ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ ଅବଲମ୍ବନ କରିବା ପାଇଁ ପରାମର୍ଶ ଦେଇଛନ୍ତି, ଫଳରେ ଆସନ୍ତା ସପ୍ତାହ ମଧ୍ୟରେ ଏହିସବୁ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ହୋଇପାରିବ ବୋଲି ନବୀନ ଆଶ ପ୍ରକାଶ କରିଛନ୍ତି ।

ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଗୃହ ସଂଗରୋଧକୁ ଉତ୍ସାହିତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପ୍ରଚାର ଅଭିଯାନ ସହିତ ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ କେୟାର କମିଟି ଗୁଡିକର ସହାୟତା ନେବା ପାଇଁ ମଧ୍ୟ ସେ କହିଛନ୍ତି।

ଏଥିସହ କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପୀ ଭଲ କାମ କରୁଛି । ବତ୍ତମାନ ସୁଦ୍ଧା ରାଜ୍ୟରେ ୫ଟି ପ୍ଲାଜମା ବ୍ୟାଙ୍କ ଖୋଲିଛି। ଆଗକୁ କୋରାପୁଟ ମେଡିକାଲ କଲେଜରେ ଆଉ ଏକ ପ୍ଳାଜମା ବ୍ୟାଙ୍କ ଖୋଲିବ । ଆସନ୍ତା ସପ୍ତାହ ସୁଦ୍ଧା ଏହାକୁ ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.