Latest Odisha News

BREAKING NEWS

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ

ଭୁବନେଶ୍ୱର: କରୋନାରେ ଆଜି ପୁଣି ଜଣେ ସାମ୍ବାଦିକଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଟାଇମ୍ସ ଅଫ୍ ଇଣ୍ଡିଆର ବରିଷ୍ଠ ସାମ୍ବାଦିକ ପ୍ରୀତିମାନ ମହାପାତ୍ର ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା ।

କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ବ୍ଲୁହ୍ୱିଲ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା । ଆଜି ସନ୍ଧ୍ୟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ତାଙ୍କ ମୃତ୍ୟୁୁରେ ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛି । ଜଣେ ସ୍ନେହୀ, ଲୋକପ୍ରିୟ ସାଙ୍ଗ ତଥା ସହକର୍ମୀଙ୍କୁ ହରାଇ ଅନେକ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

Leave A Reply

Your email address will not be published.