ଅନୁଗୋଳ: ପୁଣି ଏକ ଦନ୍ତା ହାତୀର ମୃତ ଦେହ ଉଦ୍ଧାର କରିଛି ବନ ବିଭାଗ । ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।
ଆଜି ସକାଳୁ ବାଲିଆପଶି ଗ୍ରାମବାସୀମାନେ ଜଙ୍ଗଲକୁ ଯାଇଥିଲେ ଏହି ସମୟରେ ସେମାନେ ଉକ୍ତ ଦନ୍ତା ହାତୀ ମରି ପଡିଥିବାର ଦେଖି ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି କିପରି ହାତୀର ମୃତ୍ୟୁ ହେଲା ସେନେଇ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।