Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ପୁଣି ବଢିଲା ଆବେଦନ ସମୟସୀମା…

ଭୁବନେଶ୍ୱର: ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା । ଆସନ୍ତା ୧୮ ତାରିଖକୁ ବୃଦ୍ଧି କରାଗଲା ଆବେଦନ ଅବଧି । ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲା । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆରସିସି) ପୁରସ୍କାର, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲ୍ଲା ପୁରସ୍କାର, ବ୍ଲକ ପୁରସ୍କାର, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ କରିବାକୁ ହେଲେ www.msp.odisha.gov.inରେ ଆବେଦନ କରିପାରିବେ । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟରେ ସମସ୍ତ ସୂଚନା ଉପଲବ୍ଧ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି ।

Comments are closed.