Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି । ଏନେଇ ସୋମବାର ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜାରି ବିଜ୍ଞପ୍ତି ଅନୁସାରେ, ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଉପସଚିବ ଦେବୀପ୍ରସାଦ ମିଶ୍ରଙ୍କୁ ତତ୍କାଳ ପ୍ରଭାବରୁ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ନିୟୋଜିତ କରାଯାଇଛି ।

Comments are closed.