ଭୁବନେଶ୍ୱର: ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍ । ଆଜି ପ୍ରଥମ କରି ଲୋକସେବା ଭବନର ନୂଆ କନ୍ଭେନସନ ହଲ୍ରେ ବସିଥିବା ବଜେଟ ଅଧିବେଶନରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହୋଇ ପାରିତ ହୋଇଛି । ଏନେଇ ବିଜେଡିର ବରିଷ୍ଠ ନେତା ଅମର ଶତପଥୀ ସୂଚନା ଦେଇଛନ୍ତି । ଏଥିସହ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଥିବା ନେଇ ସେ ସୂଚନା ଦେଇଛନ୍ତି।
୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି । ଏଥିସହିତ ୩୮ଟି ବିଭାଗର ଖର୍ଚ୍ଚ ଦାବିକୁ ମଧ୍ୟ ଗିଲୋଟିନ୍ ମାଧ୍ୟମରେ ଅନୁମୋଦନ କରାଯାଇଛି।ମଙ୍ଗଳବାର ପାରିତ ହେବାକୁ ଥିବା ବ୍ୟୟମଞ୍ଜୁରୀ ବିଲ୍କୁ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମାର୍ଚ୍ଚ ୩୦ରେ ଗୃହିତ କରାଯାଇଛି। କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।
ଆଜି ବସିଥିବା ଏହି ବୈଠକରେ ଅଧିକାଂଶ ବିଧାୟକ ମୁହଁରେ ମାସ୍କ ପିନ୍ଧି ଆସିଥିବା ଦେଖିବାକୁ ମିଳିଥିଲା । ସୂଚନାଯୋଗ୍ୟ, କରୋନା ସତର୍କତା ସ୍ୱରୂପ ହଲ୍ ଭିତରେ ଥିବା ଗୋଟିଏ ଧାଡ଼ିରେ ୮ରୁ ୯ ଜଣ ବିଧାୟକ ବସିବାକୁ ବ୍ୟବସ୍ଥା କରାଯାଇଥିଲା । ସାମାଜିକ ଦୂରତା ରକ୍ଷା ପାଇଁ ଜଣେ ଲେଖାଏଁ ସଦସ୍ୟଙ୍କ ମଧ୍ୟରେ ଯେପରି ଗୋଟିଏ ମିଟରରୁ ଅଧିକ ଦୂରତା ରକ୍ଷା ହେବ, ତା ଉପରେ ଗୁରୁତ୍ୱ ଦିଆଯାଇଥିଲା ।
BREAKING NEWS
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼

Comments are closed.