ଶ୍ରୀନଗର: ସୁରକ୍ଷାକର୍ମୀକୁ ବଡ ସଫଳତା। ଏଲଓସିରେ ଆତଙ୍କୀଙ୍କ ପ୍ରବେଶ ଯୋଜନା ପଣ୍ଡ ହୋଇଛି। ସୀମାରେ ଫୁଟିଲା ଗୁଳି। ଯବାନଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ। ଜମ୍ମୁକାଶ୍ମୀର ପୁ଼ଞ୍ଛରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷାବଳ। ଏବେ ସର୍ଚ୍ଚ ଅପରେସନ ଜାରି ରହିଛି।
ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟା ସମୟରୁ ପୁଞ୍ଛ ସ୍ଥିତ ଏଲଓସି ନିକଟରେ ଉତ୍ତେଜନା ଦେଖିବାକୁ ମିଳିଛି। କିଛି ଆତଙ୍କୀ ସୀମାଡେଇଁ ଭାରତକୁ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ଏହା ସୁରକ୍ଷାକର୍ମୀଙ୍କ ଦୃ୍ଷ୍ଟିରେ ପଡ଼ଥିଲା। ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ସେନାର ଯବାନ ମାନେ ପାଲଟା ଗୁଳି ଚାଳନା କରିଥିଲେ।
ଯବାନଙ୍କ ଗୁଳିରେ ଦୁଇ ଜଣ ଆତଙ୍କୀ ନିହତ ହୋଇଥିବା ବେଳେ ଆଉ କିଛି ସୀମାବର୍ତ୍ତୀ ଅଞ୍ଚଳରେ ଲୁଚିଥିବା ଆଶଙ୍କା କରାଯାଉଛି। ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରାଉ କରିବା ସହ ରାତି ତମାମ ସର୍ଚ୍ଚ ଅପରେସନ କରିଛନ୍ତି। ପାକିସ୍ତାନ ପଟୁ ଭାରତକୁ ବିଭିନ୍ନ ସମୟରେ ଆତଙ୍କୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ଏହାର କଡ଼ା ଜବାବ ଦେଉଛନ୍ତି ଭାରତୀୟ ସୁରକ୍ଷା ବାହିନୀର ଯବାନ।
Comments are closed.