Latest Odisha News

BREAKING NEWS

ଅରୁଣ ଜେଟଲିଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଏମ୍ସରେ ଭେଟିଲେ ଶାହ-ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସାଧିନ ରହିଥିବାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି ।

ଜେଟଲୀଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ଏମ୍ସ ଯାଇଥିବା ନେଇ ସୂଚନା ମିଳିଛି ।

ଏନେଇ ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି ।

ଉଲ୍ଲେଖଯୋଗ୍ୟ, ଜେଟଲୀ ଅଗଷ୍ଟ ୯ ତାରିଖରେ ଚିକିତ୍ସା ଲାଗି ଏମ୍ସରେ ଭର୍ତ୍ତି ହୋଇଥିଲେ । ସେ ଶ୍ୱାସକ୍ରିୟା ଜନିତ ସମସ୍ୟାର ସମ୍ମୁଖୀନ ହୋଇ ଏମ୍ସରେ ଚିକିତ୍ସିତ ହେଉଥିବାବେଳେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଥିବା ଜଣାପଡିଛି ।

Leave A Reply

Your email address will not be published.