ଲାହୋର: ଏସିଆ କପ କ୍ରିକେଟ ପୂର୍ବରୁ ପାକିସ୍ତାନକୁ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ବୋଲର ଶାହୀନ ଆଫ୍ରିଦୀ ଆଘାତ ସମସ୍ୟା ଯୋଗୁ ଟୁର୍ଣ୍ଣାମେଂଟରୁ ଓହରି ଯାଇଛନ୍ତି । ପାକିସ୍ତାନ କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପରୋକ୍ଷରେ ଟିମ ଇଣ୍ଡିଆ ପାଇଁ ଖୁସିର ଖବର କହିଲେ ଭୁଲ ହେବନି । ଟି୨୦ ବିଶ୍ୱକପରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଆଫ୍ରିଦୀ ହଇରାଣ କରିଥିଲେ । ତାଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନ ବଳରେ ଭାରତ ଏହି ମ୍ୟାଚରେ ପରାଜିତ ହୋଇଥିଲା । ଡାକ୍ତର ଆଫ୍ରିଦୀଙ୍କୁ ୬ ସପ୍ତାହ ପର୍ଯ୍ୟନ୍ତ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି । ଫଳରେ ସେ ନ୍ୟୁଜିଲାଣ୍ଡର ଟି୨୦ ତ୍ରିରାଷ୍ଟ୍ରୀୟ ସିରିଜ ପର୍ଯ୍ୟନ୍ତ କୌଣସି ମ୍ୟାଚ ଖେଳିପାରିବେ ନାହିଁ । ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ସେ ଡାହାଣ ଗୋଡରେ ଆଘାତ ପାଇଥିଲେ । ଅଗଷ୍ଟ ୨୭ରୁ ଏସିଆ କପ ଆରମ୍ଭ ହେବ । ଦୀର୍ଘ ଦିନ ପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଥିବାରୁ କ୍ରିକେଟପ୍ରେମୀଙ୍କ ଉତ୍ସାହ ଦିନକୁ ଦିନ ବଢ଼ିବାରେ ଲାଗିଛି ।
BREAKING NEWS
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
Comments are closed.