Latest Odisha News

BREAKING NEWS

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ଵର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ । ୨୦୨୦ ମସିହାରୁ ଅସିତ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ । କିନ୍ତୁ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା । ଏବେ ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ଵ ନେବା ପୂର୍ବରୁ ୧୯ ଅଗଷ୍ଟ ୨୦୧୯ରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ ଅସିତ । ୧୯୮୬ ବ୍ୟାଚର ବରିଷ୍ଠ ଆଇଏଏସ୍ ହେଉଛନ୍ତି ଅସିତ ।

 

Comments are closed.