Latest Odisha News

ମେଜରଙ୍କୁ ଦୁର୍ବ୍ୟବହାର ଘଟଣା: ମୂଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ବର: ବିଚ୍ ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ୱାଇ.ବି. ଖୁରାନିଆ । ତୁରନ୍ତ ମେଜରଙ୍କୁ ରାସ୍ତାରେ ଦୁର୍ବ୍ୟହାର କରିଥିବା ରୋଡ୍‌ ରୋମିଓଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ମେଜରଙ୍କ ଏତଲା ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ ହେବ ବୋଲି ସୂଚନା ଦେଇଛିନ୍ତି ଡିଜିପି ।

ତେବେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ପୂରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇ ଥାନା ଆଇଆଇସିଙ୍କ ସମତେ ୫ ପୁଲିସ୍‌ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ତେବେ ଏହି ଘଟଣାର ମୂଳ ମାମଲାର ବି ତଦନ୍ତ ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜିପି ୱାଇ ବି ଖୁରାନିଆ । ଏହି ମାମଲାରେ ସେନା ଅଧିକାରୀ ଓ ସେମାନଙ୍କ ରାସ୍ତା ଉପରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ରୋଡ ରୋମିଓଙ୍କୁ ଚିହ୍ନଟ କରାଯିବ । ଏହାକୁ ନେଇ ସେନା ଅଧିକାରୀଙ୍କ ଅଭିଯୋଗ ଆଧାରରେ ଏକ ନୂଆ ମାମଲା ରୁଜୁ କରାଯିବ । ଏହି ମାମଲା ଆଧାରରେ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ଉପରେ ଆକ୍ସନ ନିଆଯିବ ବୋଲି ଡିଜିପି କହିଛନ୍ତି ।

ତେବେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିବା ସମୟରେ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଦୁହେଁ ଅଭିଯୋଗ କରିବା ପାଇଁ ଭରତପୁର ଥାନାକୁ ଯାଇଥିଲେ। ହେଲେ ଥାନା ଅଧିକାରୀ ଏନେଇ କାର୍ଯ୍ୟନୁଷ୍ଠାନ ନଗ୍ରହଣ କରି ଲିଖିତ ଅଭିଯୋଗ କରିବାକୁ କହିଥିଲେ । ଯାହାକୁ ନେଇ ପୋଲିସ୍ ଓ ମେଜରଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ।

ଏହାପରେ ମେଜରଙ୍କୁ ପୋଲିସ୍ ରାତି ତମାମ ଜେଲରେ ରଖିବା ସହିତ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ସହିତ ମାଡ ମରିବା ଅଭିଯୋଗ କରିଥିଲେ ମେଜର । ପରେ ପୋଲିସ୍ ବାନ୍ଧବୀଙ୍କୁ ମଧ୍ୟ ଗିରଫ କରି ଝାରପଡା ଜେଲ ପଠାଇଦେଇଥିଲା । ତେବେ ଏବେ ବାନ୍ଧବୀ ଜଣଙ୍କ ପୋଲିସ୍ ମାଡରେ ଗୁରୁତର ଆହତ ହୋଇ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଯାହାର ମୂଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ।

Leave A Reply

Your email address will not be published.