କୋରାପୁଟ: ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ। ବିଲ କ୍ଲିଅରାନ୍ସ ପାଇଁ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ। କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।
ସୂଚନା ଅନୁସାରେ, ମସିଗାଁ ଗ୍ରାମ ପଞ୍ଚାୟତର ଏମଜିଏନଆରଇଜିଏ କାର୍ଯ୍ୟ ବିଲ୍ କରାଇ ଦେବି କହି ୨୦ ହଜାର ଲାଞ୍ଚ ନେବା ବେଳେ ଧରିଲା ଜୟପୁର ଭିଜିଲାନ୍ସ ଟିମ । ମସିଗାଁ ଗ୍ରାମ ପଞ୍ଚାୟତ ସ୍ଥିତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଠାରୁ ସ୍ମଶାନ ରାସ୍ତା ନିର୍ମାଣ ନିମନ୍ତେ ୬ ଲକ୍ଷ ଟଙ୍କାର ବିଲ କରିବାକୁ ଠିକାଦାରଙ୍କ ସହ ଚୁକ୍ତି ହୋଇଥିଲା।
ଏହି କାମର ବିଲ କରିବା ନିମନ୍ତେ ଅଭିଯୋଗକାରୀ ପ୍ରଫୁଲ ସ୍ୱାଇଁଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସହକାରୀ ଯନ୍ତ୍ରୀ। ଲମ୍ବୋଦର ନାୟକଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଗୋଟିଏ ଭିଜିଲାନ୍ସ କେଶ ଥିବା ସୂଚନା ମିଳୁଛି।
Comments are closed.