ସୁନ୍ଦରଗଡ:ରଖିଥିଲେ ଆୟ ବହିର୍ଭୂତ ସମ୍ପତ୍ତି । ମାଡିବସିଲା ଭିଜିଲାନ୍ସ । ଭିଜିଲାନ୍ସ ଟ୍ରାପରେ ପଡିଛନ୍ତି ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା । ତାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢଉ ଚାଲିଛି।
ଶ୍ରୀ ବେହେରାଙ୍କର ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଅଫିସ , ଲେଫ୍ରିପଡ଼ା ଅଫିସ ଓ ସରକାରୀ ବାସଭବନ, ଭଦ୍ରକ ବନ୍ତରେ ଥିବା ପୈତୃକ ଘର, ସୁନ୍ଦରଗଡ଼ର କେନ୍ଦୁପଡ଼ାରେ ଥିବା ଭଡ଼ା ଘର,ବନ୍ତ ଛକରେ ଥିବା ତାଙ୍କ ଘର ଓ ଭଦ୍ରକ ସିନ୍ଦୋଳରେ ଥିବା ଶ୍ବଶୁର ଘରେ ଏକକାଳୀନ ଚଢଉ କରୁଛି ଭିଜିଲାନ୍ସ।
ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢଉରେ ସାତଟି ଟିମ୍ ସାମିଲ ରହିଥିବା ବେଳେ ୪ ଡିଏସପି, ୧୦ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ସକାଳୁ ସକାଳୁ ଚଢାଉ ଆରମ୍ଭ ହୋଇଥିବା ବେଳେ କେତେ ଆୟବହିର୍ଭୂତ ସମ୍ପତ୍ତି ଜବତ ହୋଇଛି ତାହା ଜଣା ଡ଼ିନାହିଁ । ସୂଚନାଥାଉ କି, ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ବର୍ତ୍ତମାନ ହେମଗିରି ଅଞ୍ଚଳ ପାଇଁ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଦାୟିତ୍ଵରେ ଥିଲେ।
Comments are closed.