Latest Odisha News

BREAKING NEWS

ସମ୍ବଲପୁରରୁ ଅଯୋଧ୍ୟା ଗଲା ଆସ୍ଥା ସ୍ୱତନ୍ତ୍ର ଟ୍ରେନ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଖେତରାଜପୁର ରେଳ ଷ୍ଟେସନ ଯାଇ ସମ୍ବଲପୁର-ଦର୍ଶନନଗର-ସମ୍ବଲପୁର ଆସ୍ଥା ସ୍ପେଶାଲ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଆସ୍ଥା ସ୍ପେଶାଲ ଟ୍ରେନ ଯୋଗେ ପଶ୍ଚିମ ଓଡିଶାର ରାମଭକ୍ତ ଅଯୋଧ୍ୟା ଯାଇ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦର୍ଶନ କରିବେ । ଏହି ଅବସରରେ ଟ୍ରେନରେ ଯାତ୍ରା କରୁଥିବା ରାମ ଭକ୍ତ ମାନେ ବେଶ୍ ଖୁସି ପ୍ରକଟ କରିଛନ୍ତି ।

ଏହି ଅବସରରେ ନିଜେ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ‘ପବିତ୍ର ଅଯୋଧ୍ୟାରେ ଭକ୍ତମାନଙ୍କୁ ପ୍ରଭୁ ଶ୍ରୀରାମଲଲାଙ୍କ ଦର୍ଶନ କରାଇବା ପାଇଁ ସମ୍ବଲପୁର ଷ୍ଟେସନରେ ‘ସମ୍ବଲପୁର – ଦର୍ଶନ ନଗର ଆସ୍ଥା ସ୍ୱତନ୍ତ୍ର ଟ୍ରେନ’ର ଶୁଭାରମ୍ଭ କରି ମୁଁ ଆନନ୍ଦିତ । ରାମ ନଗରୀରେ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ପାଇଁ ଯାତ୍ରୀ ତଥା ରାମଭକ୍ତଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଓ ଉତ୍କଣ୍ଠା ଦେଖାଯାଇଛି । ସୁବିଧାରେ ଭକ୍ତମାନଙ୍କର ଦର୍ଶନ କରିବା ପାଇଁ ଦେଶବ୍ୟାପୀ ବିଭିନ୍ନ ପର୍ଯ୍ୟାୟରେ ସ୍ୱତନ୍ତ୍ର ଆସ୍ଥା ଟ୍ରେନର ବ୍ୟବସ୍ଥା କରୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଙ୍କୁ ଧନ୍ୟବାଦ’ ।

ଏହାପରେ ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ମଧ୍ୟ ଲୋକାର୍ପଣ କରିଛନ୍ତି ।

ଏହାପରେ ସମ୍ବଲପୁର ପିଏମ୍ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଉଦଘାଟିତ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ ।

ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଉନ୍ମୋଚିତ ହେବାସହ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.