Latest Odisha News

BREAKING NEWS

ଆଜି ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଓ ଧର୍ମେନ୍ଦ୍ର

ଭୁବନେଶ୍ୱର:ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ।କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟାମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ସମୟରେ ଅଶ୍ୱିନୀ ବୈଷ୍ଣବ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଆଭାସୀ (ଭିଡିଓ କନଫରେନସିଂ) ମାଧ୍ୟମରେ ଡାକ ବିଭାଗର ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେପଟେ ଧର୍ମେନ୍ଦ୍ର ପ୍ରଧାନ ବୁର୍ଲା ସ୍ଥିତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ଉଭୟ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଓ ଶ୍ରୀ ବୈଷ୍ଣବ ଅପରାହ୍ନ ୨.୩୦ ସମୟରେ ଓଡ଼ିଶାର କିମ୍ବଦନ୍ତୀ କବି ତଥା ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟ ଉପରେ ସ୍ମରଣୀୟ ଡାକ ଷ୍ଟାମ୍ପ ଉନ୍ମୋଚନ କରିବେ। ସେହିଭଳି ସମ୍ବଲପୁର, ବରଗଡ, ଦେଓଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଡିଭିଜନର ୪୨ ଟି ଶାଖା ପୋଷ୍ଟ ଅଫିସ ମଧ୍ୟ ଏହି ଅବସରରେ ଉନ୍ମୋଚନ କରାଯିବ। ରେଳ ମନ୍ତ୍ରୀ ବୈଷ୍ଣବ ବୈଷ୍ଣବ ଅପରାହ୍ନ ସାଢେ ୩ଟା ସମୟରେ ପୂର୍ବତଟ ରେଳପଥର ମୁଖ୍ୟାଳୟ ଠାରେ ରେଳପଥର କାର୍ଯ୍ୟଦକ୍ଷତା ବିଶେଷ ଭାବେ ପ୍ରକଳ୍ପ, ଟ୍ରାଫିକ୍ ସୁବିଧା ଏବଂ ଭିତ୍ତିଭୂମି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିବେ। ଏହା ପରେ ସେ ଭୁବନେଶ୍ୱରରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.