କେନ୍ଦ୍ରାପଡା: କେନ୍ଦ୍ରାପଡା ଗହିରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ । ବନ ବିଭାଗର ୧୧ ଜଣିଆ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରୁ ହୁକିଟୋଲା ଫ୍ରଣ୍ଟ ମହାନଦୀ ପାଖରେ ଅଲିଭ ରିଡଲେ କଇଁଛ ସୁରକ୍ଷା ପାଇଁ ଏମାନେ ପାଟ୍ରୋଲିଂ କରୁଥିଲେ । ଏହି ସମୟରେ ସେମାନଙ୍କୁ ବନ୍ଧୁକ ଦେଖାଇ ଆକ୍ରମଣ କରିଛନ୍ତି ଟ୍ରଲର ମାଫିଆ ।
ଖବର ମୁତାବକ, ପାଟ୍ରୋଲିଂ ସମୟରେ ବନ ବିଭାଗ କର୍ମଚାରୀମାନେ ଦେଖିବାକୁ ପାଇଥିଲେଯେ, ନିଷିଦ୍ଧାଞ୍ଚଳରେ ୧୫ରୁ ୨୦ଟି ଟ୍ରଲର ବେଆଇନ ଭାବେ ମାଛ ଧରୁଥିଲେ । ପାଟ୍ରୋଲିଂ ଟିମ୍ ସେମାନଙ୍କୁ ଘଉଡାଇବାକୁ ଉଦ୍ୟମ କରିଥିଲେ । କିନ୍ତୁ ଟ୍ରଲର ଗୁଡିକ ସଂଘବଦ୍ଧ ହୋଇ ପାଟ୍ରୋଲିଂ ଟିମ୍ ବନ୍ଧୁକ ଦେଖାଇ ଘେରିଯାଇ ଆକ୍ରମଣ କରିଥିଲେ ।
ବନ ବିଭାଗ କର୍ମଚାରୀ ଧାମରା ସାମୁଦ୍ରିକ ଥାନାକୁ ଖବର ଦେଇଥିଲେ । ଏହା ପରେ ଅନ୍ୟ ପାଟ୍ରୋଲିଂ ଟିମ୍ ସେଠାରେ ପହଞ୍ଚି ଯିବାରୁ ବନ କର୍ମଚାରୀମାନେ ବର୍ତ୍ତିଯାଇଥିଲେ । ଏହି ଘଟଣା ପରେ ବନ ବିଭାଗ ତରଫରୁ ଟ୍ରଲର ମାଲିକଙ୍କ ନାଁ ରେ ସାମୁଦ୍ରିକ ଥାନାରେ ଏତଲା ଦିଆଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।
Comments are closed.