Latest Odisha News

BREAKING NEWS

ବିଶ୍ୱକପରେ ବିଜୟ ଅଭିଯାନ ଆରମ୍ଭ କଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ : ଆଇସିସି ବିଶ୍ବକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ଚଳିତ ବିଶ୍ବକପରେ ଅଷ୍ଟ୍ରେଲିଆର ଏହା ହେଉଛି ପ୍ରଥମ ବିଜୟ । ଶ୍ରୀଲଙ୍କା ଦ୍ବାରା ରଖାଯାଇଥିବା ୨୧୦ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୩୫.୧ ଓଭରରେ ହାସଲ କରିନେଇଥିଲା । ଦଳ ପକ୍ଷରୁ ଜସ୍ ଇଂଗଲିସ୍ ୫୮, ମିଚେଲ୍ ମାର୍ସ ୫୨, ମାର୍ନସ ଲାବୁସଚେନ ୪୦  ଓ ଗ୍ଲେନ ମାକ୍ସଓ୍ବେଲ ୩୧ରନ ଅପରାଜିତ ରହିଥିଲେ । ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳର ଦୁଇ ଓପନର ପଥୁମ ନିଶଙ୍କା ଓ କୁଶଲ ପରେରା ଆରମ୍ଭରୁ ଲଢୁଆ ବ୍ୟାଟିଂ କରି ଏକ ଶତକୀୟ ପାର୍ଟନରସିପ କରିଥିଲେ । ଲାଗୁଥିଲା ଶ୍ରୀଲଙ୍କା ଏକ ବଡ଼ ସ୍କୋର ଛିଡ଼ା କରିବ । କିନ୍ତୁ ପରେରା ୭୮ ରନ ଓ ନିଶଙ୍କା ୬୧ ରନ କରି ଆଉଟ ହେବା ପରେ ଦଳ ବ୍ୟାଟିଂ ବିପର‌୍ୟ୍ୟୟର ସମ୍ମୁଖୀନ ହୋଇଥିଲା ।

କେବଳ ଅଶଲଙ୍କାଙ୍କୁ ଛାଡ଼ିଦେଲେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ଦୁଇ ଅଙ୍କ ଛୁଇଁପାରିନଥିଲେ ।  ଶ୍ରୀଲଙ୍କା ଦଳ ମାତ୍ର ୨୦୯ ରନରେ ଅଲଆଉଟ ହୋଇଯାଇଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା ୪ଟି ଓ୍ବିକେଟ ନେଇଥିବାବେଳେ ପାଟ କମିନ୍ସ ଓ ମିଚେଲ ଷ୍ଟାର୍କ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

Leave A Reply

Your email address will not be published.