ସାରା ପୃଥିବୀକୁ ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଛି ଧଉଳି
ଭୁବନେଶ୍ୱର: ଧଉଳି ପାହାଡ ଏକ ସାଧାରଣ ପାହାଡ ନୁହେଁ, ଏହା ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି…