ବାଲେଶ୍ୱର : ସରସ୍ୱତୀଙ୍କ ମୂର୍ତ୍ତି ଆଣିବାକୁ ଯିବାବେଳେ ଓଲଟିଲା ଅଟୋ । ଫଳରେ ୫ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ରାଇବଣିଆ-ଓଲମରା ରାସ୍ତାର କଣ୍ଟାବଣି ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଆସନ୍ତାକାଲି ସରସ୍ୱତୀ ପୂଜା ଥିବାରୁ ସ୍ଥାନୀୟ ଓଲମରା ହାଇସ୍କୁଲର ୫ ଜଣ ଛାତ୍ର ଶିକ୍ଷକ ପ୍ରଦୀପ କୁମାର ଦାସଙ୍କ ସହ ମୂର୍ତ୍ତି ଆଣିବାକୁ ରାଇବଣିଆ ଯାଇଥିଲେ । କଣ୍ଟାବଣି ଛକ ନିକଟରେ ଅଟୋ ଆଗକୁ ଜଣେ ଛୋଟ ପିଲା ଦୌଡି ଆସିଥିଲା । ପିଲାକୁ ବଞ୍ଚାଇବାକୁ ଯାଇ ଅଟୋ ଡ଼୍ରାଇଭର ହଠାତ୍ ବ୍ରେକ ମାରିବାରୁ ଅଟୋଟି ଓଲଟି ପଡିଥିଲା । ଫଳରେ ଅଟୋ ଡାଲାରେ ବସି ଯାଉଥିବା ଦଶମ ଶ୍ରେଣୀର ଛାତ୍ର ଅଞ୍ଜନ ମହାପାତ୍ର, ଶିବ ସୁନ୍ଦର ଦାସ, ରାଜେନ୍ଦ୍ର ବେହେରା, ଶିବଶଙ୍କର ପ୍ରଧାନ ଓ ନବମ ଶ୍ରେଣୀ ଛାତ୍ର ସଞ୍ଜୟ ବେହେରା ଗୁରୁତର ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରାଯାଇ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା । ପର ଅଞ୍ଜନ ଓ ଶିବ ସୁନ୍ଦରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି । ଦୁର୍ଘଟଣା ପରେ ଅଟୋ ଚାଳକ ଅଟୋ ସହ ସେଠାରୁ ଖସି ପଳାଇଛନ୍ତି ।
BREAKING NEWS
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
Comments are closed.