Latest Odisha News

BREAKING NEWS

ଆଉ ଜଣେ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍

ନୂଆଦିଲ୍ଲୀ: କେନ୍ଦ୍ର ପ୍ରତିରକ୍ଷା ଓ ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକଙ୍କୁ କରୋନା । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ସେ ଏହି ସୂଚନା ଦେଇଛନ୍ତି । ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଶ୍ରୀପଦ ନାଏକ ।

କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି, ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ୍ ଟେଷ୍ଟ କରାନ୍ତୁ । ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ଅପିଲ କରିଛନ୍ତି ।

ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ ହୋଇଛନ୍ତି । ସେମାନେ ଏବେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.