Latest Odisha News

BREAKING NEWS

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ

ଭୁବନେଶ୍ଵର: ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ୩ କେନ୍ଦ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ଏ ନେଇ ପ୍ରେସମିଟ୍‌ ଜରିଆରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଏହି ଯୋଜନାରେ ୧ କୋଟି ୩ ଲକ୍ଷ ପରିବାରକୁ ସାମିଲ୍ କରାଯିବ । ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା । କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା କିନ୍ତୁ ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ।

ସେହିପରି ୭୦ ବର୍ଷରୁ ଊର୍ଦ୍ଧ୍ବ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ । ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ବି ମିଳିବ । ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନା କାର୍ଡ । ଜନସେବା କେନ୍ଦ୍ର କର୍ମଚାରୀ, ଆଶାକର୍ମୀ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ । ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ ବୋଲି କହିଛନ୍ତି ମିକେଶ ମାହାଲିଙ୍ଗ । ଦୁର୍ନୀତି ନ ହେବା ପାଇଁ ସ୍ୱତନ୍ତ୍ର ଯୋଜନା କରାଯାଉଛି । ପ୍ରଚାର ପ୍ରସାର ପାଇଁ ରାଜ୍ୟ ସ୍ତରୀୟ ଉଦଘାଟନ ଦିନ ୧୪୦୫ ପ୍ରାଥମିକ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ । ଏଥିରେ ପ୍ରାୟ ୧୦୦୦ ଲୋକଙ୍କୁ କାର୍ଡ ବାଣ୍ଟନ କରାଯିବ । ସଚେତନ ପାଇଁ ୭ ଦିନ ସଚେତନତା ରଥ ବୁଲିବ । ୨ ମାସ ଭିତରେ ନୂଆ କାର୍ଡ ସମସ୍ତଙ୍କ ପାଖରେ ପହଞ୍ଚିବ ଭୋଲି କହିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମାହାଲିଙ୍ଗ।

 

 

Comments are closed.