Latest Odisha News

ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର । ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ନିରନ୍ତର ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ସାରା ଦେଶରେ ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆୟୁଷ୍ମାନ ଭାରତରେ ପୁରୁଷଙ୍କୁ ୫ ଓ ମହିଳାଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା ମିଳିବ । ଦୀର୍ଘଦିନ ପରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଛି । ବିଗତ ଦିନରେ ଏହି ସୁବିଧାରୁ ବଞ୍ଚିତ ଥିଲେ ଓଡିଶାବାସୀ । ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର । ଆୟୁଷ୍କାନ ଆରୋଗ୍ୟ ମନ୍ଦିରରେ ଏଏନଏମଙ୍କ ସହ ହେଲଥ୍‌ ୱାର୍କର ଓ ଯୋଗ ଶିକ୍ଷକ ମଧ୍ୟ ରହିବେ । ଏପରିକି ପୂର୍ଣ୍ଣ ଭିତ୍ତିଭୂମି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ, ଗତକାଲି ଓଡିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ନୂଆଦିଲ୍ଲୀ ଠାରେ ନ୍ୟାସନାଲ ହେଲଥ୍ ଅଥରିଟୀ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏନେଇ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ୭୦ ବୟସରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ଚିକିତ୍ସା ସୁବିଧା ପାଇବା ସହ ୧କୋଟି ୩ ଲକ୍ଷ ପରିବାର ଉପକୃତ ହେବେ। ଏହି କାର୍ଯ୍ୟକ୍ରମ ରେ ପୁରୁଷମାନେ  ଲକ୍ଷ ଓ  ମହିଳା ହିତାଧିକାରୀମାନଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇଦିଆଯିବ । ଆୟୁଷ୍ମାନ ଯୋଜନା ମାଧ୍ୟମରେ ରାଜ୍ୟ ବାହାରେ ମଧ୍ୟ ରୋଗୀମାନେ ଏହି ଚିକିତ୍ସା ସୁବିଧା ପାଇପାରିବେ।

 

Leave A Reply

Your email address will not be published.