Latest Odisha News

BREAKING NEWS

ବାବୁସାନଙ୍କ କାର୍ ଦୁର୍ଘଟଣାଗ୍ରସ୍ତ, ଜଣେ ଗୁରୁତର ଆହତ

ଭୁବନେଶ୍ୱର: ଓଲିଉଡ଼ ଷ୍ଟାର୍ ବାବୁସାନଙ୍କ କାର୍ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେ କାର୍ ମଧ୍ୟରେ ରହିଥିଲେ ମଧ୍ୟ ଅଳ୍ପକେ ବର୍ତ୍ତିଯାଇଛନ୍ତି । ମାତ୍ର ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନାନୁଯାୟୀ, ଭୁବନେଶ୍ୱର ଉପକଣ୍ଠସ୍ଥିତ ସାଁପୁରଠାରେ ଏହି ଓଡ଼ିଆ ଅଭିନେତାଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗିଯାଇଛି ।

ଘଟଣାସ୍ଥଳରେ ସ୍ଥାନୀୟ ବାସିନ୍ଦା ଉତ୍ତେଜିତ ହୋଇ ରାସ୍ତା ଅବରୋଧ କରିବା ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି ।

ଏଠାରେ ଉଲ୍ଲେଖଯୋଗ୍ୟ ପୂର୍ବରୁ ମଧ୍ୟ ବାବୁସାନଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ବାବୁସାନ ଏହି ସଡ଼କ ଦୁର୍ଘଟଣାରେ ଆହତ ହୋଇଥିଲେ ।

Leave A Reply

Your email address will not be published.