Latest Odisha News

BREAKING NEWS

ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ: ମକର ସଂକ୍ରାନ୍ତିରେ ଅଘଟଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏଥିପାଇଁ ୧ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଜୟ ବିଜୟ ଦ୍ଵାର ନିକଟରେ ରକ୍ତ ଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ବଡ ମହାସ୍ନାନ ହୋଇଛି । ବଡ ମହାସ୍ନାନ ପାଇଁ ଦର୍ଶନ ବନ୍ଦ ରହିଛି।

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

Comments are closed.