Latest Odisha News

ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତଛିଟା; ମହାପ୍ରଭୁଙ୍କର ବଡ଼ ମହାସ୍ନାନ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି । ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ଵାଭାବିକ ହେବ ।

ଆଜି ରୋଷ ହୋମ ନୀତି ସରି ପରବର୍ତ୍ତୀ ନୀତି ଆରମ୍ଭ ହେବାକୁ ଯିବାବେଳେ ସକାଳ ସାଢେ ୮ଟାରେ ରକ୍ତ ପଡ଼ିଥିବା ଜଣାପଡ଼ିଥିଲା । ତେବେ ରକ୍ତ ଛିଟା କେଉଁଠୁ ଆସିଲା, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ । ମହାସ୍ନାନ ପରେ ଚୂନ ପାଣି ପଡି ଗୋପାଳ ବଲ୍ଲଭ ନୀତି ଅନୁଷ୍ଠିତ ହେବ ।

ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

Comments are closed.