Latest Odisha News

BREAKING NEWS

ଟି-ବ୍ରିଜରେ ଦଳାଚକଟା, ଶୋକ ପ୍ରକାଶ କରି ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଡ଼ମ୍ବା ସିଂହନାଥ ମନ୍ଦିର ଟି-ବ୍ରିଜରେ ଦଳାଚକଟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । ଏଥିସହ ଅହି ଅଘଟଣରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମମନ୍ତ୍ରୀ ।

ମକର ମେଳା ପାଇଁ କଟକ ଜିଲ୍ଲା ବଡ଼ମ୍ବା ସିଂହନାଥ ପୀଠରେ ପ୍ରବଳ ଭିଡ଼ ହୋଇଥିଲା । ସନ୍ଧ୍ୟା ସମୟରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଭିତରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଇ ଦଳାଚକଟା ହୋଇଥିଲା । ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ ।

Leave A Reply

Your email address will not be published.