Latest Odisha News

ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍

ଭୁବନେଶ୍ୱର : ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । କରୋନାର କିଛି ଲକ୍ଷଣ ତାଙ୍କ ନିଟରେ ଦେଖାଯିବାରୁ ସେ ସ୍ୱାବ ଟେଷ୍ଟ କରିଥିଲେ । ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହୋମ ଆଇସୋଲେସନରେ ଅଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ନିଜର ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.